Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ

ପାଖାପାଖି ସୁସମାଚାର · ଗାଲିଲୀରେ

ଲେବୀ (ମାଥିଉ)ଙ୍କୁ ଆହ୍ୱାନ

ମାଥି 9:9–13 · ମାର୍କ 2:13–17 · ଲୂକ 5:27–32

ମାଥିଉ

ମାଥି 9:9–13

9ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।

10ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ।

11ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?”

12କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି।

13କିନ୍ତୁ ‘ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ,’ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”

ମାର୍କ

ମାର୍କ 2:13–17

13ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।

14ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।

15ଆଉ ଯୀଶୁ ତାହାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ, ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ ପୁଣି, ତାହାଙ୍କର ଅନୁଗମନ କରୁଥିଲେ।

16ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ-ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି!

17ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”

ଲୂକ

ଲୂକ 5:27–32

27ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”

28ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ।

29ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ।

30ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ?

31ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି।

32ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ-ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର