ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା
ପାଖାପାଖି ସୁସମାଚାର · ଶିକ୍ଷା
ହଜିଯାଇଥିବା ମେଷ
ମାଥି 18:12–14 · ଲୂକ 15:3–7
ମାଥି 18:12–1412ତୁମ୍ଭେମାନେ କଅଣ ମନେ କଲ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କଅଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ?
13ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ।
14ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ।
ଲୂକ 15:3–73ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ,
4“ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?
5ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,
6ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’
7ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।”
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର