38ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;’
39କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ।
40ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ବସ୍ତ୍ର ମଧ୍ୟ ଦେଇଦିଅ।
41ପୁଣି, ଯେ କେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ।
42ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।
43ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର।’
44କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
45ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।
46ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?
47ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୁଦୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?
48ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।