ଅନୁସନ୍ଧାନ › ପାଖାପାଖି ସୁସମାଚାର › ଦୁଃଖଭୋଗ
ପାଖାପାଖି ସୁସମାଚାର · ଦୁଃଖଭୋଗ
ସୈନ୍ୟମାନେ ଯୀଶୁଙ୍କୁ ପରିହାସ କରନ୍ତି
ମାଥି 27:27–31 · ମାର୍କ 15:16–20 · ଯୋହ 19:2–3
ମାଥି 27:27–3127ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ।
28ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ ଲୋହିତବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ,
29ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାନୁ ପାତି ଏହା କହି ତାହାଙ୍କୁ ପରିହାସ କଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର।
30ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ।
31ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ।
ମାର୍କ 15:16–2016ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ।
17ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
18ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।
19ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ।
20ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ।
ଯୋହ 19:2–32ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ;
3ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ।
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର