14ପରେ ଯୀଶୁ ପିତରଙ୍କ ଘରକୁ ଆସି ତାହାଙ୍କ ଶାଶୁଙ୍କୁ ଜ୍ୱରରେ ଶଯ୍ୟାଗତା ଥିବା ଦେଖିଲେ;
15ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ।
ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ
ପାଖାପାଖି ସୁସମାଚାର · ଗାଲିଲୀରେ
ମାଥି 8:14–15 · ମାର୍କ 1:29–31 · ଲୂକ 4:38–39
14ପରେ ଯୀଶୁ ପିତରଙ୍କ ଘରକୁ ଆସି ତାହାଙ୍କ ଶାଶୁଙ୍କୁ ଜ୍ୱରରେ ଶଯ୍ୟାଗତା ଥିବା ଦେଖିଲେ;
15ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ।
29ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ।
30ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାହାଙ୍କ କଥା ଯୀଶୁଙ୍କୁ ଜଣାଇଲେ।
31ସେଥିରେ ସେ ପାଖକୁ ଯାଇ ତାହାଙ୍କ ହସ୍ତ ଧରି ତାହାଙ୍କୁ ଉଠାଇଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେମାନଙ୍କ ସେବା କରିବାକୁ ଲାଗିଲେ।
38ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ।
39ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ।
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର