Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଦୁଃଖଭୋଗ

ପାଖାପାଖି ସୁସମାଚାର · ଦୁଃଖଭୋଗ

ନିସ୍ତାର ପର୍ବର ଆୟୋଜନ

ମାଥି 26:17–19 · ମାର୍କ 14:12–16 · ଲୂକ 22:7–13

ମାଥିଉ

ମାଥି 26:17–19

17ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?

18ଯୀଶୁ କହିଲେ, “ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି।”

19ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।

ମାର୍କ

ମାର୍କ 14:12–16

12ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?

13ସେଥିରେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣକୁ ଏହା କହି ପଠାଇଲେ, “ତୁମ୍ଭେମାନେ ନଗରକୁ ଯାଅ, ଆଉ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ତାହାର ପଛେ ପଛେ ଯାଅ;

14ସେ ଯେଉଁ ଗୃହରେ ପ୍ରବେଶ କରିବ, ସେହି ଗୃହର କର୍ତ୍ତାଙ୍କୁ କୁହ, ଗୁରୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ମୋହର ସେହି ଅତିଥିଶାଳା କାହିଁ?

15ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।”

16ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।

ଲୂକ

ଲୂକ 22:7–13

7ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା;

8ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, “ଆମ୍ଭେମାନେ ଯେପରି ଭୋଜନ କରିପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର।”

9ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?

10ଯୀଶୁ ସେମାନଙ୍କୁ କହିଲେ, “ଦେଖ, ତୁମ୍ଭେମାନେ ନଗରରେ ପ୍ରବେଶ କରନ୍ତେ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ସେ ଯେଉଁ ଗୃହରେ ପ୍ରବେଶ କରିବ, ତାହାର ପଛେ ପଛେ ଯାଇ ଗୃହର କର୍ତ୍ତାଙ୍କୁ କହିବ,

11‘ଗୁରୁ ଆପଣଙ୍କୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ?’

12ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ପ୍ରସ୍ତୁତ କର।”

13ଆଉ, ସେହି ଦୁଇ ଜଣ ଶିଷ୍ୟ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର