ଅନୁସନ୍ଧାନ › ପାଖାପାଖି ସୁସମାଚାର › ଦୁଃଖଭୋଗ
ପାଖାପାଖି ସୁସମାଚାର · ଦୁଃଖଭୋଗ
ଯୀଶୁଙ୍କୁ ବଧ କରିବାର ଷଡ଼ଯନ୍ତ୍ର
ମାଥି 26:1–5 · ମାର୍କ 14:1–2 · ଲୂକ 22:1–2
ମାଥି 26:1–51ଯୀଶୁ ଏହି ସମସ୍ତ କଥା ଶେଷ କରି ଆପଣା ଶିଷ୍ୟମାନଙ୍କୁ କହିଲେ,
2“ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।”
3ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,
4ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ;
5କିନ୍ତୁ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।
ମାର୍କ 14:1–21ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ।
2କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।
ଲୂକ 22:1–21ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା।
2ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ।
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର