Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ

ପାଖାପାଖି ସୁସମାଚାର · ଗାଲିଲୀରେ

ଯୀଶୁ ଅନ୍ୟ ନଗରମାନଙ୍କରେ ପ୍ରଚାର କରିବାକୁ ଯାଆନ୍ତି

ମାର୍କ 1:35–39 · ଲୂକ 4:42–44

ମାର୍କ

ମାର୍କ 1:35–39

35ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ।

36ଆଉ ଶିମୋନ ଓ ତାହାଙ୍କ ସଙ୍ଗୀମାନେ ତାହାଙ୍କର ଅନୁସନ୍ଧାନ କରି,

37ସାକ୍ଷାତ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ୱେଷଣ କରୁଅଛନ୍ତି।

38ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍‍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି।”

39ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।

ଲୂକ

ଲୂକ 4:42–44

42ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ।

43କିନ୍ତୁ ସେ ସେମାନଙ୍କୁ କହିଲେ, “ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି।”

44ପୁଣି, ସେ ଯିହୂଦିୟା ପ୍ରଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର