23ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,
24ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
25ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା;
26ଦ୍ୱିତୀୟ, ତୃତୀୟ ଆଦି ସପ୍ତମ ଜଣ ପର୍ଯ୍ୟନ୍ତ ମଧ୍ୟ ସେହି ପ୍ରକାର କଲେ।
27ସମସ୍ତଙ୍କ ଶେଷରେ ସ୍ତ୍ରୀଟି ମରିଗଲା।
28ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସମସ୍ତେ ତ ତାହାକୁ ବିବାହ କରିଥିଲେ।
29ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ।
30କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।
31ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ବର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ?
32‘ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର।’ ସେ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।”
33ଲୋକମାନେ ଏହା ଶୁଣି ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ।