ଅନୁସନ୍ଧାନ › ପାଖାପାଖି ସୁସମାଚାର › ଯିରୂଶାଲମରେ
ପାଖାପାଖି ସୁସମାଚାର · ଯିରୂଶାଲମରେ
ଖ୍ରୀଷ୍ଟ କାହାର ସନ୍ତାନ?
ମାଥି 22:41–46 · ମାର୍କ 12:35–37 · ଲୂକ 20:41–44
ମାଥି 22:41–4641ଫାରୂଶୀମାନେ ଏକତ୍ର ହୋଇଥିବା ସମୟରେ ଯୀଶୁ ସେମାନଙ୍କୁ ପଚାରିଲେ,
42“ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କଅଣ? ସେ କାହାର ସନ୍ତାନ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର।”
43ଯୀଶୁ ସେମାନଙ୍କୁ କହିଲେ, “ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି?
44‘ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
45ଅତଏବ, ଦାଉଦ ଯଦି ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?”
46ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।
ମାର୍କ 12:35–3735କିନ୍ତୁ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିବା ସମୟରେ ଉତ୍ତର ଦେଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଶାସ୍ତ୍ରୀମାନେ କିପରି କହନ୍ତି?
36ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
37ସ୍ୱୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?”
ଲୂକ 20:41–4441କିନ୍ତୁ ସେ ସେମାନଙ୍କୁ ପଚାରିଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି?
42କାରଣ ଦାଉଦ ନିଜେ ଗୀତସଂହିତା ପୁସ୍ତକରେ କହନ୍ତି, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
43ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
44ଅତଏବ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ଦାଉଦର ସନ୍ତାନ?”
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର