ଅନୁସନ୍ଧାନ › ପାଖାପାଖି ସୁସମାଚାର › ଯିରୂଶାଲମରେ
ପାଖାପାଖି ସୁସମାଚାର · ଯିରୂଶାଲମରେ
ମନୁଷ୍ୟପୁତ୍ରଙ୍କ ଆଗମନ
ମାଥି 24:29–31 · ମାର୍କ 13:24–27 · ଲୂକ 21:25–28
ମାଥି 24:29–3129“ମାତ୍ର ସେହି ସମୟର କଷ୍ଟ ପରେ ‘ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।’
30ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।
31ଆଉ, ସେ ମହାତୂରୀଧ୍ୱନୀ ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”
ମାର୍କ 13:24–2724“ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ‘ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
25ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ।’
26ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ।
27ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”
ଲୂକ 21:25–2825“ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ,
26ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବ।
27ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ।
28କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।”
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର