Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା

ପାଖାପାଖି ସୁସମାଚାର · ଶିକ୍ଷା

ବୀଜବପକର ଦୃଷ୍ଟାନ୍ତର ଅର୍ଥ

ମାଥି 13:18–23 · ମାର୍କ 4:13–20 · ଲୂକ 8:11–15

ମାଥିଉ

ମାଥି 13:18–23

18“ତେବେ ତୁମ୍ଭେମାନେ ବୀଜ ବୁଣାଳୀର ଦୃଷ୍ଟାନ୍ତ ଶୁଣ।

19ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।

20ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,

21ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।

22ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।

23କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”

ମାର୍କ

ମାର୍କ 4:13–20

13ଯୀଶୁ ପୁଣି, ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ?

14ବୁଣାଳୀ ବାକ୍ୟ ବୁଣେ।

15ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।

16ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି,

17କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।

18ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ,

19ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।

20ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”

ଲୂକ

ଲୂକ 8:11–15

11“ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ,

12ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥିନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ।

13ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।

14ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ।

15ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର