Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା

ପାଖାପାଖି ସୁସମାଚାର · ଶିକ୍ଷା

ବୀଜବପକର ଦୃଷ୍ଟାନ୍ତ

ମାଥି 13:1–9 · ମାର୍କ 4:1–9 · ଲୂକ 8:4–8

ମାଥିଉ

ମାଥି 13:1–9

1ସେହି ଦିନ ଯୀଶୁ ଘରୁ ବାହାରିଯାଇ ସମୁଦ୍ରକୂଳରେ ବସିଲେ।

2ସେଥିରେ ତାହାଙ୍କ ପାଖରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି, ଲୋକସମୂହ କୂଳରେ ଠିଆ ହୋଇ ରହିଲେ।

3ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ “ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା।

4ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।

5ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂମିରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା,

6କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।

7ଆଉ କେତେକ କଣ୍ଟାଗଛଗୁଡ଼ାକ ମଝିରେ ପଡ଼ିଲା ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା।

8ମାତ୍ର ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶ ଗୁଣ।

9ଯିଏ ଶୁଣିବାକୁ ଇଚ୍ଛା କରୁଅଛି, ସେ ଶୁଣୁ।”

ମାର୍କ

ମାର୍କ 4:1–9

1ଯୀଶୁ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକ ସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ।

2ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ!

3“ଦେଖ, ଜଣେ ବୁଣାଳୀ ବୁଣିବାକୁ ବାହାରିଲା।

4ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।

5ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂମିରେ ପଡ଼ିଲା ଏବଂ ବେଶି ମାଟି ନ ଥିବାରୁ ଶୀଘ୍ର ଗଜା ହେଲା,

6କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।

7ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ।

8ପୁଣି, ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା, ଆଉ ଗଜା ହୋଇ ବଢ଼ି ଉଠି ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା।”

9ପୁଣି, ସେ କହିଲେ, “ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”

ଲୂକ

ଲୂକ 8:4–8

4ବହୁସଂଖ୍ୟକ ଲୋକ ଏକତ୍ର ହୁଅନ୍ତେ ଓ ନଗରୁ ନଗରୁ ଲୋକେ ତାହାଙ୍କ ନିକଟକୁ ଆସନ୍ତେ ସେ ଦୃଷ୍ଟାନ୍ତ ଦେଇ କହିଲେ,

5“ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ।

6ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା।

7ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା।

8ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଳିଲା।” ସେ ଏହା କହୁ କହୁ ଉଚ୍ଚସ୍ୱରରେ କହିଲେ, “ଯାହାର ଶୁଣିବା ପାଇଁ କାନ ଅଛି, ସେ ଶୁଣୁ।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର