26ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ନିଅ, ଭୋଜନ କର, ଏହା ମୋହର ଶରୀର।”
27ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ,
28“ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।
29କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।”