ଅନୁସନ୍ଧାନ › ପାଖାପାଖି ସୁସମାଚାର › ଯିରୂଶାଲମରେ
ପାଖାପାଖି ସୁସମାଚାର · ଯିରୂଶାଲମରେ
ମନ୍ଦିର ବିନାଶର ଭବିଷ୍ୟଦ୍ବାଣୀ
ମାଥି 24:1–2 · ମାର୍କ 13:1–2 · ଲୂକ 21:5–6
ମାଥି 24:1–21ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ,
2“ତୁମ୍ଭେମାନେ କଅଣ ଏହି ସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।”
ମାର୍କ 13:1–21ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ!
2ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ କଅଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।”
ଲୂକ 21:5–65ଆଉ କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପଥର ଓ ଦାନ ପଦାର୍ଥ ସମୂହରେ ସୁସଜ୍ଜିତ ହୋଇଅଛି ବୋଲି କହିବାରୁ ଯୀଶୁ କହିଲେ,
6“ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।”
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର