Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଯିରୂଶାଲମରେ

ପାଖାପାଖି ସୁସମାଚାର · ଯିରୂଶାଲମରେ

ଯୀଶୁ ମନ୍ଦିର ପରିଷ୍କାର କରନ୍ତି

ମାଥି 21:12–17 · ମାର୍କ 11:15–19 · ଲୂକ 19:45–48 · ଯୋହ 2:13–22

ମାଥିଉ

ମାଥି 21:12–17

12ପରେ ଯୀଶୁ ଈଶ୍ବରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,

13ଆଉ ଯୀଶୁ ସେମାନଙ୍କୁ କହିଲେ, “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ବାସସ୍ଥାନ କରୁଅଛ।’”

14ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ।

15କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,

16ପୁଣି, ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, “ହଁ, ‘ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ,’ ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?”

17ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ଯିରୂଶାଲମ ସହରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତି କଟାଇଲେ।

ମାର୍କ

ମାର୍କ 11:15–19

15ତାହା ପରେ ସେମାନେ ଯିରୂଶାଲମ ସହରକୁ ଆସିଲେ, ଆଉ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,

16ଆଉ ମନ୍ଦିର ମଧ୍ୟ ଦେଇ କାହାରିକୁ କୌଣସି ପାତ୍ର ଘେନିଯିବାକୁ ଅନୁମତି ଦେଲେ ନାହିଁ,

17ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, “ଏହା କଅଣ ଲେଖା ନାହିଁ, ‘ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ?’ କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ଗହ୍ୱର କରିଅଛ।”

18ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରିପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ।

19ପ୍ରତିଦିନ ସନ୍ଧ୍ୟା ସମୟରେ ସେମାନେ ନଗରରୁ ବାହାରି ଯାଉଥିଲେ।

ଲୂକ

ଲୂକ 19:45–48

45ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀମାନଙ୍କୁ ବାହାର କରିବାକୁ ଲାଗିଲେ,

46“ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ,’ କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ।”

47ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ,

48କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରିପାରୁ ନ ଥିଲେ।

ଯୋହନ

ଯୋହ 2:13–22

13ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ।

14ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା-ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା-ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;

15ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ;

16ଆଉ, ସେ କାପ୍ତା-ବ୍ୟବସାୟୀମାନଙ୍କୁ କହିଲେ, “ଏଗୁଡ଼ିକ ଏଠାରୁ ଘେନିଯାଅ, ମୋହର ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ।”

17ତୁମ୍ଭ ଗୃହ ନିମନ୍ତେ ଉଦ୍‌ଯୋଗ ମୋତେ ଗ୍ରାସ କରିବ, ଏହା ଲେଖାଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା।

18ସେଥିରେ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?

19ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।”

20ସେଥିରେ ଯିହୁଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କଅଣ ତାହାକୁ ତିନି ଦିନରେ ତୋଳି ଦେବ?

21କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ବନ୍ଧରେ କହୁଥିଲେ।

22ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର