ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା
ପାଖାପାଖି ସୁସମାଚାର · ଶିକ୍ଷା
ଯୀଶୁ ପିତାଙ୍କୁ ଧନ୍ୟବାଦ ଦିଅନ୍ତି
ମାଥି 11:25–27 · ଲୂକ 10:21–22
ମାଥି 11:25–2725ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
26ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।
27ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
ଲୂକ 10:21–2221ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, “ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।”
22“ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।”
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର