Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଯିରୂଶାଲମ ଅଭିମୁଖେ ବାଟରେ

ପାଖାପାଖି ସୁସମାଚାର · ଯିରୂଶାଲମ ଅଭିମୁଖେ ବାଟରେ

ଯୀଶୁ ତୃତୀୟ ଥର ଆପଣା ମୃତ୍ୟୁ ବିଷୟରେ କହନ୍ତି

ମାଥି 20:17–19 · ମାର୍କ 10:32–34 · ଲୂକ 18:31–34

ମାଥିଉ

ମାଥି 20:17–19

17ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ୱାଦଶଙ୍କୁ ପୃଥକ୍ କରି ପଥ ମଧ୍ୟରେ ସେମାନଙ୍କୁ କହିଲେ,

18“ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ,

19ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।”

ମାର୍କ

ମାର୍କ 10:32–34

32ସେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ଶିଷ୍ୟମାନେ ବିସ୍ମୟାନ୍ୱିତ ଓ ପଛରେ ଆସୁଥିବା ଲୋକେ ଭୀତ ହୋଇଥିଲେ। ଏଣୁ ସେ ପୁନର୍ବାର ବାର ଶିଷ୍ୟଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ।

33ଯୀଶୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ,

34ପୁଣି, ଶାସ୍ତ୍ରୀମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ପରେ ସେ ପୁନରୁତ୍ଥିତ ହେବେ।”

ଲୂକ

ଲୂକ 18:31–34

31ପରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;

32କାରଣ ସେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ,

33ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ।”

34କିନ୍ତୁ ଶିଷ୍ୟମାନେ ଏହିସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର