ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା
ପାଖାପାଖି ସୁସମାଚାର · ଶିକ୍ଷା
ସ୍ୱର୍ଗରେ ଧନ
ମାଥି 6:19–21 · ଲୂକ 12:33–34
ମାଥି 6:19–2119ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;
20ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,
21କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।
ଲୂକ 12:33–3433ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
34କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ।”
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର