ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ
ପାଖାପାଖି ସୁସମାଚାର · ଗାଲିଲୀରେ
ଯୀଶୁଙ୍କ ମାତା ଓ ଭାଇମାନେ
ମାଥି 12:46–50 · ମାର୍କ 3:31–35 · ଲୂକ 8:19–21
ମାଥି 12:46–5046ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ।
47ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି।
48କିନ୍ତୁ ଯେ ତାହାଙ୍କୁ ଏହି କଥା କହିଲା ତାହାଙ୍କୁ ସେ ଉତ୍ତର ଦେଲେ, “ମୋହର ମାଆ କିଏ? ଆଉ, ମୋହର ଭାଇମାନେ କିଏ?”
49ପୁଣି, ସେ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ,
50କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ।”
ମାର୍କ 3:31–3531ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ ପଠାଇଲେ।
32ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି।
33ସେ ସେମାନଙ୍କୁ ଉତ୍ତର ଦେଲେ, “ମୋହର ମାଆ ଓ ଭାଇମାନେ କିଏ?”
34ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ।
35ଯେ କେହି ଈଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।”
ଲୂକ 8:19–2119ତାହାଙ୍କ ମାଆ ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରିପାରୁ ନ ଥିଲେ।
20ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମାଆ ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି।
21କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମାଆ ଓ ଭାଇମାନେ।”
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର