1ଇତିମଧ୍ୟରେ ସେ ଆପଣା ବାର ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ।
2ସେହି ଦ୍ୱାଦଶ ପ୍ରେରିତମାନଙ୍କ ନାମ ଏହି, ପ୍ରଥମରେ ଶିମୋନ, ଯାହାକୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ,
3ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,
4କିଣାନୀୟ ଦଳର ଶିମୋନ ଓ ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।