ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା
ପାଖାପାଖି ସୁସମାଚାର · ଶିକ୍ଷା
ବୁଦ୍ଧିମାନ ଓ ନିର୍ବୋଧ ଗୃହନିର୍ମାତା
ମାଥି 7:24–27 · ଲୂକ 6:46–49
ମାଥି 7:24–2724ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
25ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।
26ଆଉ ଯେ କେହି ମୋହର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୂର୍ଖ ଲୋକ ଭଳି ହେବ।
27ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।”
ଲୂକ 6:46–4946ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?
47ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହିସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି।
48ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା।
49କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ପଥର ଉପରେ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳ ଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା।”
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର