Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା

ପାଖାପାଖି ସୁସମାଚାର · ଶିକ୍ଷା

ଯୀଶୁ କାହିଁକି ଦୃଷ୍ଟାନ୍ତରେ କଥା କହନ୍ତି

ମାଥି 13:10–17 · ମାର୍କ 4:10–12 · ଲୂକ 8:9–10

ମାଥିଉ

ମାଥି 13:10–17

10ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି?

11ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ।

12ଯେଣୁ ଯାହାର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।

13‘ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛି।

14ଆଉ ଯିଶାଇୟ ଭାବବାଦୀଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;

15କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’

16କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ।

17କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”

ମାର୍କ

ମାର୍କ 4:10–12

10ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ।

11ସେଥିରେ ସେ ସେମାନଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,

12ଯେପରି ‘ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି।’”

ଲୂକ

ଲୂକ 8:9–10

9ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କଅଣ ବୋଲି ପଚାରିବାକୁ ଲାଗିଲେ।

10ସେଥିରେ ସେ କହିଲେ, ଈଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, “‘ଯେପରି ସେମାନେ ଦେଖୁ ଦେଖୁ ଦେଖିପାରିବେ ନାହିଁ ଓ ଶୁଣୁ ଶୁଣୁ ବୁଝିପାରିବେ ନାହିଁ।’”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର