ଅନୁସନ୍ଧାନ › ପାଖାପାଖି ସୁସମାଚାର › ଯିରୂଶାଲମରେ
ପାଖାପାଖି ସୁସମାଚାର · ଯିରୂଶାଲମରେ
ବିଧବାର ଦାନ
ମାର୍କ 12:41–44 · ଲୂକ 21:1–4
ମାର୍କ 12:41–4441ପରେ ସେ ଭଣ୍ଡାର ସମ୍ମୁଖରେ ବସି ଲୋକସମୂହ କିପରି ଭଣ୍ଡାରରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ଭଣ୍ଡାରରେ ବେଶି ପକାଇଲେ;
42ଆଉ ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ଭଣ୍ଡାରରେ ପକାଇଲା।
43ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି;
44କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା।”
ଲୂକ 21:1–41ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଭଣ୍ଡାରରେ ନିଜ ନିଜର ଦାନ ପକାଉଥିବା ଦେଖିଲେ।
2ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି କ୍ଷୁଦ୍ର ମୁଦ୍ରା ପକାଉଥିବା ଦେଖି କହିଲେ,
3“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି,
4କାରଣ ଧନୀମାନେ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ବଳକା ଧନରୁ କିଛି କିଛି ପକାଇଲେ, କିନ୍ତୁ ଦରିଦ୍ର ବିଧବା ନିଜର ଅଭାବ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଯାହା କିଛି ଥିଲା, ସେହିସବୁ ପକାଇଲା।”
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର