Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା

ପାଖାପାଖି ସୁସମାଚାର · ଶିକ୍ଷା

ଅନୁତାପ ନ କରିଥିବା ନଗରମାନଙ୍କ ସନ୍ତାପ

ମାଥି 11:20–24 · ଲୂକ 10:13–15

ମାଥିଉ

ମାଥି 11:20–24

20ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ-ପରିବର୍ତ୍ତନ କରି ନ ଥିଲେ।

21“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।

22ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।

23ଆଉ ରେ କଫର୍ନାହୂମ, ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା।

24ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।”

ଲୂକ

ଲୂକ 10:13–15

13“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।

14ତଥାପି ବିଚାରରେ ତୁମ୍ଭମାନଙ୍କ ଦଣ୍ଡ ଅପେକ୍ଷା ସୋର ଓ ସୀଦୋନର ଦଣ୍ଡ ସହି ହେବ।

15ଆଉ, ରେ କଫର୍ନାହୂମ ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର