Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା

ପାଖାପାଖି ସୁସମାଚାର · ଶିକ୍ଷା

ଯୀଶୁଙ୍କ ଅନୁଗମନର ମୂଲ୍ୟ

ମାଥି 8:18–22 · ଲୂକ 9:57–62

ମାଥିଉ

ମାଥି 8:18–22

18ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ।

19ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।

20ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”

21ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ।

22କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ।”

ଲୂକ

ଲୂକ 9:57–62

57ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।

58ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”

59ପୁଣି, ସେ ଆଉ ଜଣକୁ କହିଲେ, “ମୋହର ଅନୁଗମନ କର।” କିନ୍ତୁ ସେ କହିଲେ, ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ।

60ମାତ୍ର ସେ ତାହାଙ୍କୁ କହିଲେ, “ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ବରଙ୍କ ରାଜ୍ୟ ପ୍ରଚାର କର।”

61ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ।

62କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ବରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର