ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଯିହୁଦାର ରାଜାଗଣ
ପାଖାପାଖି ରାଜାବଳୀ ଓ ବଂଶାବଳୀ · ଯିହୁଦାର ରାଜାଗଣ
ଯିହୁଦାର ରାଜା ଅହସୀୟ
ଦ୍ଵି.ରା 8:25–29 · ଦ୍ଵି.ବଂ 22:1–6
ଦ୍ଵି.ରା 8:25–2925ଇସ୍ରାଏଲ ରାଜା ଆହାବଙ୍କର ପୁତ୍ର ଯୋରାମ୍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଯିହୁଦା-ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
26ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।
27ପୁଣି ଅହସୀୟ ଆହାବ-ବଂଶର ପଥରେ ଚାଲି ଆହାବ-ବଂଶର କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ସେ ଆହାବ-ବଂଶର ଜାମାତା ଥିଲେ।
28ଏଥିଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍ଙ୍କୁ କ୍ଷତବିକ୍ଷତ କଲେ।
29ଏହେତୁ ଯୋରାମ୍ ରାଜା ଅରାମର ରାଜା ହସାୟେଲ ବିରୁଦ୍ଧରେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ରାମାରେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ଆହାବଙ୍କର ପୁତ୍ର ଯୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ତାଙ୍କୁ ଦେଖିବା ପାଇଁ ଯିଷ୍ରିୟେଲକୁ ଗଲେ।
ଦ୍ଵି.ବଂ 22:1–61ଏଥିଉତ୍ତାରେ ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକୁ ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ। ଏହେତୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ।
2ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିରର କନ୍ୟା ଥିଲେ।
3ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ।
4ତହିଁରେ ସେ ଆହାବ-ବଂଶ ଅନୁଯାୟୀ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ତାଙ୍କର ପିତାଙ୍କ ମୃତ୍ୟୁ ଉତ୍ତାରେ ସେମାନେ ତାଙ୍କ ବିନାଶାର୍ଥେ ତାଙ୍କର ପରାମର୍ଶଦାତା ଥିଲେ।
5ମଧ୍ୟ ସେ ସେମାନଙ୍କ ପରାମର୍ଶନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍ଙ୍କ ସଙ୍ଗେ ରାମୋତ୍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍ଙ୍କୁ କ୍ଷତବିକ୍ଷତ କଲେ।
6ଏଣୁ ସେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବା ବେଳେ ରାମାରେ ଯେଉଁ ଆଘାତ ପାଇଥିଲେ, ତହିଁରୁ ଆରୋଗ୍ୟ ପାଇବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ପୁଣି, ଆହାବଙ୍କର ପୁତ୍ର ଯିହୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅସରୀୟ ଯିଷ୍ରିୟେଲରେ ତାଙ୍କୁ ଦେଖିବାକୁ ଗଲେ।
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର