ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଯିହୁଦାର ରାଜାଗଣ
ପାଖାପାଖି ରାଜାବଳୀ ଓ ବଂଶାବଳୀ · ଯିହୁଦାର ରାଜାଗଣ
ଆସାଙ୍କ ମୃତ୍ୟୁ
ପ୍ର.ରା 15:23–24 · ଦ୍ଵି.ବଂ 16:11–14
ପ୍ର.ରା 15:23–2423ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି, ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେହି ସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା।
24ଏଥିଉତ୍ତାରେ ଆସାଙ୍କ ମୃତ୍ୟୁ ପରେ, ସେ ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି, ତାଙ୍କର ପୁତ୍ର ଯିହୋଶାଫଟ୍ ତାହାଙ୍କ ପଦରେ ରାଜ୍ୟ କଲେ।
ଦ୍ଵି.ବଂ 16:11–1411ଦେଖ, ଏହି ଆସାଙ୍କର ଆଦ୍ୟନ୍ତ କ୍ରିୟାର ବୃତ୍ତାନ୍ତ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖାଅଛି।
12ଆସା ଆପଣା ରାଜତ୍ଵର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ୱେଷଣ କଲେ।
13ଆଉ ଆସା ଆପଣା ରାଜତ୍ଵର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ।
14ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର