ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଶଲୋମନ
ପାଖାପାଖି ରାଜାବଳୀ ଓ ବଂଶାବଳୀ · ଶଲୋମନ
ଛାଞ୍ଚରେ ଢଳା ସମୁଦ୍ରରୂପ ପାତ୍ର
ପ୍ର.ରା 7:23–26 · ଦ୍ଵି.ବଂ 4:2–5
ପ୍ର.ରା 7:23–2623ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା।
24ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା।
25ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍ଭାଗ ଭିତରକୁ ଥିଲା।
26ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା।
ଦ୍ଵି.ବଂ 4:2–52ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା।
3ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ। ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳା ଯାଇଥିଲେ।
4ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ଓ ସେମାନଙ୍କ ପଶ୍ଚାଦ୍ଭାଗସବୁ ଭିତରକୁ ଥିଲା।
5ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା।
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର