ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ହିଜକୀୟଠାରୁ ଯୋଶୀୟ ପର୍ଯ୍ୟନ୍ତ
ପାଖାପାଖି ରାଜାବଳୀ ଓ ବଂଶାବଳୀ · ହିଜକୀୟଠାରୁ ଯୋଶୀୟ ପର୍ଯ୍ୟନ୍ତ
ଯୋଶୀୟ ନିୟମ ନୂତନ କରନ୍ତି
ଦ୍ଵି.ରା 23:1–3 · ଦ୍ଵି.ବଂ 34:29–32
ଦ୍ଵି.ରା 23:1–31ଏଥିଉତ୍ତାରେ ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।
2ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।
3ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ-ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।
ଦ୍ଵି.ବଂ 34:29–3229ଏଥିଉତ୍ତାରେ ରାଜା ଲୋକ ପଠାଇ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ।
30ପୁଣି, ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀମାନେ ଓ ଯାଜକମାନେ ଓ ଲେବୀୟମାନେ ଓ ବଡ଼ ସାନ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।
31ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ।
32ଆଉ, ଯିରୂଶାଲମର ଓ ବିନ୍ୟାମୀନ୍ର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ। ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ୱରଙ୍କର, ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ନିୟମାନୁସାରେ କର୍ମ କଲେ।
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର