Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଶାଉଲ ଓ ଦାଉଦ

ପାଖାପାଖି ରାଜାବଳୀ ଓ ବଂଶାବଳୀ · ଶାଉଲ ଓ ଦାଉଦ

ଦାଉଦଙ୍କ କର୍ମଚାରୀଗଣ

ଦ୍ଵି.ଶା 8:15–18 · ପ୍ର.ବଂ 18:14–17

ଦ୍ୱିତୀୟ ଶାମୁୟେଲ

ଦ୍ଵି.ଶା 8:15–18

15ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।

16ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା;

17ପୁଣି ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ସରାୟ ଲେଖକ ଥିଲା;

18ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା ଥିଲେ।

ପ୍ରଥମ ବଂଶାବଳୀ

ପ୍ର.ବଂ 18:14–17

14ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ।

15ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା।

16ପୁଣି, ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା।

17ପୁଣି, ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର