Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଶାଉଲ ଓ ଦାଉଦ

ପାଖାପାଖି ରାଜାବଳୀ ଓ ବଂଶାବଳୀ · ଶାଉଲ ଓ ଦାଉଦ

ପଲେଷ୍ଟୀୟ ଦୀର୍ଘକାୟ ଲୋକମାନେ

ଦ୍ଵି.ଶା 21:18–22 · ପ୍ର.ବଂ 20:4–8

ଦ୍ୱିତୀୟ ଶାମୁୟେଲ

ଦ୍ଵି.ଶା 21:18–22

18ଏଥିଉତ୍ତାରେ ପୁନର୍ବାର ଗୋବ୍‍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।

19ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍‍ରେ ଯୁଦ୍ଧ ହେଲା; ତହିଁରେ ବେଥଲିହିମୀୟ ଯାରେ-ଓରଗୀମର ପୁତ୍ର ଇଲ୍‍ହାନନ୍‍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା।

20ଏହାପରେ ପୁନର୍ବାର ଗାଥ୍‍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।

21ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।

22ଏହି ଚାରି ଜଣ ଗାଥ୍‍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ଓ ତାଙ୍କ ଦାସମାନଙ୍କ ହସ୍ତ ଦ୍ୱାରା ବଧ ହୋଇଥିଲେ।

ପ୍ରଥମ ବଂଶାବଳୀ

ପ୍ର.ବଂ 20:4–8

4ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ।

5ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍‍ହାନନ୍‍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା।

6ଏଉତ୍ତାରେ ପୁନର୍ବାର ଗାଥ୍‍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।

7ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା।

8ଏମାନେ ଗାଥ୍‍ ନଗରରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ବଧ ହେଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର