Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ହିଜକୀୟଠାରୁ ଯୋଶୀୟ ପର୍ଯ୍ୟନ୍ତ

ପାଖାପାଖି ରାଜାବଳୀ ଓ ବଂଶାବଳୀ · ହିଜକୀୟଠାରୁ ଯୋଶୀୟ ପର୍ଯ୍ୟନ୍ତ

ହିଜକୀୟଙ୍କ ମୃତ୍ୟୁ

ଦ୍ଵି.ରା 20:20–21 · ଦ୍ଵି.ବଂ 32:32–33

ଦ୍ୱିତୀୟ ରାଜାବଳୀ

ଦ୍ଵି.ରା 20:20–21

20ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

21ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।

ଦ୍ୱିତୀୟ ବଂଶାବଳୀ

ଦ୍ଵି.ବଂ 32:32–33

32ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସୁକ୍ରିୟା, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକ ଅନ୍ତର୍ଗତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାର ଦର୍ଶନ ପୁସ୍ତକରେ ଲେଖାଅଛି।

33ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ, ତହିଁରେ ଲୋକମାନେ ଦାଉଦ-ସନ୍ତାନଗଣର କବର ସ୍ଥାନର ଊର୍ଦ୍ଧ୍ୱଗାମୀ ପଥ ପାର୍ଶ୍ୱରେ ତାଙ୍କୁ କବର ଦେଲେ; ପୁଣି, ତାଙ୍କର ମରଣ ସମୟରେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀମାନେ ତାଙ୍କର ସମ୍ମାନ କଲେ। ତହୁଁ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର