ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ହିଜକୀୟଠାରୁ ଯୋଶୀୟ ପର୍ଯ୍ୟନ୍ତ
ପାଖାପାଖି ରାଜାବଳୀ ଓ ବଂଶାବଳୀ · ହିଜକୀୟଠାରୁ ଯୋଶୀୟ ପର୍ଯ୍ୟନ୍ତ
ହିଜକୀୟ ରାଜା ହୁଅନ୍ତି
ଦ୍ଵି.ରା 18:1–3 · ଦ୍ଵି.ବଂ 29:1–2
ଦ୍ଵି.ରା 18:1–31ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍ଙ୍କର ପୁତ୍ର ହିଜକୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
2ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ।
3ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
ଦ୍ଵି.ବଂ 29:1–21ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ।
2ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର