Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଶାଉଲ ଓ ଦାଉଦ

ପାଖାପାଖି ରାଜାବଳୀ ଓ ବଂଶାବଳୀ · ଶାଉଲ ଓ ଦାଉଦ

ହୂରମ୍‍ ଦାଉଦଙ୍କ ପାଇଁ ଗୃହ ନିର୍ମାଣ କରେ; ଦାଉଦଙ୍କ ପୁତ୍ରଗଣ

ଦ୍ଵି.ଶା 5:11–16 · ପ୍ର.ବଂ 14:1–7

ଦ୍ୱିତୀୟ ଶାମୁୟେଲ

ଦ୍ଵି.ଶା 5:11–16

11ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।

12ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ।

13ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।

14ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା:- ଶମ୍ମୂୟ ଓ ଶୋବବ୍‍ ଓ ନାଥନ ଓ ଶଲୋମନ

15ଓ ୟିଭର ଓ ଇଲୀଶୂୟ ଓ ନେଫଗ୍‍ ଓ ଯାଫୀୟ

16ଓ ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍‍।

ପ୍ରଥମ ବଂଶାବଳୀ

ପ୍ର.ବଂ 14:1–7

1ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।

2ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।

3ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।

4ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍‍, ନାଥନ, ଶଲୋମନ,

5ୟିଭର, ଇଲୀଶୂୟ, ଇଲ୍ପେଲଟ୍‍,

6ନୋଗହ, ନେଫଗ୍‍, ଯାଫୀୟ,

7ଇଲୀଶାମା, ବୀଲୀୟାଦା ଓ ଇଲୀଫେଲଟ୍‍।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର