ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଯିରୂଶାଲମର ପତନ
ପାଖାପାଖି ରାଜାବଳୀ ଓ ବଂଶାବଳୀ · ଯିରୂଶାଲମର ପତନ
ଯିହୁଦାର ରାଜା ଯିହୋୟାହସ୍
ଦ୍ଵି.ରା 23:31–35 · ଦ୍ଵି.ବଂ 36:1–4
ଦ୍ଵି.ରା 23:31–3531ଯିହୋୟାହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍, ସେ ଲିବ୍ନା ନିବାସୀ ଯିରିମୀୟର କନ୍ୟା ଥିଲେ।
32ସେ ଆପଣା ପୂର୍ବପୁରୁଷଗଣର ସକଳ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
33ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।
34ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା; ମାତ୍ର ସେ ଯିହୋୟାହସ୍ଙ୍କୁ ନେଇଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ।
35ଏଥିଉତ୍ତାରେ ଯିହୋୟାକୀମ୍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହି ସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।
ଦ୍ଵି.ବଂ 36:1–41ଏଥିଉତ୍ତାରେ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ।
2ଯିହୋୟାହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ।
3ଏଥିଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଅର୍ଥଦଣ୍ଡ ନିର୍ଦ୍ଧାରଣ କଲା।
4ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍ଙ୍କୁ ଧରି ମିସରକୁ ନେଇଗଲା।
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର