Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଯିହୁଦାର ରାଜାଗଣ

ପାଖାପାଖି ରାଜାବଳୀ ଓ ବଂଶାବଳୀ · ଯିହୁଦାର ରାଜାଗଣ

ଯିହୁଦାର ରାଜା ଯିହୋରାମ୍‍

ଦ୍ଵି.ରା 8:16–24 · ଦ୍ଵି.ବଂ 21:5–10

ଦ୍ୱିତୀୟ ରାଜାବଳୀ

ଦ୍ଵି.ରା 8:16–24

16ଆହାବଙ୍କର ପୁତ୍ର ଇସ୍ରାଏଲର ରାଜା ଯୋରାମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ, ସେହି ସମୟରେ ଯିହୋଶାଫଟ୍‍ ଯିହୁଦାର ରାଜା ଥିଲେ।

17ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।

18ପୁଣି ସେ ଆହାବଙ୍କର ବଂଶାନୁସାରେ ଇସ୍ରାଏଲ ରାଜାମାନଙ୍କ ପଥରେ ଚାଲିଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କରିଥିଲେ ଓ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

19ତଥାପି ସଦାପ୍ରଭୁ ଦାଉଦଙ୍କୁ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ସେ ଆପଣା ଦାସ ଦାଉଦଙ୍କ ସକାଶୁ ଯିହୁଦାକୁ ବିନାଶ କରିବା ପାଇଁ ଅସମ୍ମତ ହେଲେ।

20ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।

21ତହିଁରେ ଯୋରାମ୍‍ ଓ ତାଙ୍କ ସଙ୍ଗେ ସମସ୍ତ ରଥ ସାୟୀରକୁ ଯାତ୍ରା କଲେ; ପୁଣି ସେ ରାତ୍ରିକାଳରେ ଉଠି ଆପଣା ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ; ଏଥିରେ ଲୋକମାନେ ଆପଣା ଆପଣା ତମ୍ବୁକୁ ପଳାଇଲେ।

22ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା। ସେହି ସମୟରେ ଲିବ୍‍ନା ନଗର ମଧ୍ୟ ବିଦ୍ରୋହୀ ହେଲା।

23ଏହି ଯୋରାମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

24ଏଥିଉତ୍ତାରେ ଯୋରାମ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ।

ଦ୍ୱିତୀୟ ବଂଶାବଳୀ

ଦ୍ଵି.ବଂ 21:5–10

5ଯିହୋରାମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।

6ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

7ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ।

8ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।

9ତହିଁରେ ଯିହୋରାମ୍‍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ।

10ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍‍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର