ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଶାଉଲ ଓ ଦାଉଦ
ପାଖାପାଖି ରାଜାବଳୀ ଓ ବଂଶାବଳୀ · ଶାଉଲ ଓ ଦାଉଦ
ଦାଉଦ ଯିରୂଶାଲମ ହସ୍ତଗତ କରନ୍ତି
ଦ୍ଵି.ଶା 5:6–10 · ପ୍ର.ବଂ 11:4–9
ଦ୍ଵି.ଶା 5:6–106ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସିପାରିବ ନାହିଁ।”
7ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼କୁ ଅଧିକାର କଲେ; ଯାହା ଦାଉଦ-ନଗର ହେଲା।
8ପୁଣି ଦାଉଦ ସେହି ଦିନ କହିଲେ, “ଯେକେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳ ପ୍ରଣାଳୀକୁ ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ‘ଛୋଟା ଓ ଅନ୍ଧମାନଙ୍କୁ’ ବଧ କରୁ।” ଏହେତୁ ଲୋକେ କହନ୍ତି, “ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ସଦାପ୍ରଭୁଙ୍କ ଗୃହ ଭିତରକୁ ଆସିପାରିବ ନାହିଁ।”
9ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
10ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।
ପ୍ର.ବଂ 11:4–94ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍, ଯିବୂଷକୁ ଗଲେ; ସେହି ସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।
5ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନକୁ ଆସିପାରିବ ନାହିଁ।” ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା।
6ଆଉ ଦାଉଦ କହିଲେ, “ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ।” ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।
7ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।
8ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।
9ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କ ସହ ଥିଲେ।
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର