Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଶାଉଲ ଓ ଦାଉଦ

ପାଖାପାଖି ରାଜାବଳୀ ଓ ବଂଶାବଳୀ · ଶାଉଲ ଓ ଦାଉଦ

ଦାଉଦଙ୍କ ବୀରମାନେ

ଦ୍ଵି.ଶା 23:8–39 · ପ୍ର.ବଂ 11:10–47

ଦ୍ୱିତୀୟ ଶାମୁୟେଲ

ଦ୍ଵି.ଶା 23:8–39

8ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍‍-ବଶେବତ୍‍, ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ଆଠ ଶହ ଲୋକର ହତ୍ୟା କଲା।

9ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍କାର କରନ୍ତେ ଓ ଇସ୍ରାଏଲ ଲୋକମାନେ ପଳାନ୍ତେ,

10ସେ ଉଠି ଆପଣା ହସ୍ତ କ୍ଳାନ୍ତ ଓ ଆପଣା ହସ୍ତ ଖଡ୍ଗରେ ଜଡ଼ିତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ବଧ କଲା; ପୁଣି ସେହି ଦିନ ସଦାପ୍ରଭୁ ମହା ଜୟ ସାଧନ କଲେ; ଆଉ ସୈନ୍ୟଦଳ କେବଳ ଲୁଟିବାକୁ ତାହାର ପଶ୍ଚାତ୍‍ଗାମୀ ହେଲେ।

11ପୁଣି ତାହା ଉତ୍ତାରେ ହରାରୀୟ ଆଗିର ପୁତ୍ର ଶମ୍ମ। ଏକ ସମୟରେ ପଲେଷ୍ଟୀୟମାନେ କୌଣସି ମସୁରପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହୁଅନ୍ତେ, ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରୁ ପଳାଇଲେ।

12ମାତ୍ର ଶମ୍ମ ସେହି କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା; ତହିଁରେ ସଦାପ୍ରଭୁ ମହା ଜୟ ସାଧନ କଲେ।

13ଆଉ ତିରିଶ ଜଣ ପ୍ରଧାନ ସୈନ୍ୟମାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ।

14ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।

15ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”

16ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ।

17ପୁଣି ସେ କହିଲେ, “ହେ ସଦାପ୍ରଭୋ, ମୁଁ ଯେ ଏ କର୍ମ କରିବି, ଏହା ମୋʼ ଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ।” ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।

18ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।

19ଏହି ତିନିଙ୍କ ମଧ୍ୟରେ ସେ କʼଣ ଅତ୍ୟନ୍ତ ମର୍ଯ୍ୟାଦାପନ୍ନ ନ ଥିଲା? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।

20ଆଉ ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।

21ଆହୁରି ସେ ଏକ ଜଣ ମିସରୀୟ ବଳବାନ ପୁରୁଷକୁ ବଧ କଲା ଓ ସେହି ମିସରୀୟ ଆପଣା ହସ୍ତରେ ବର୍ଚ୍ଛା ଧରିଥିଲା; ତଥାପି ବନାୟ ଏକ ଯଷ୍ଟି ନେଇ ତାହା ନିକଟକୁ ଗଲା ଓ ସେହି ମିସରୀୟ ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।

22ଯିହୋୟାଦାର ପୁତ୍ର ବନାୟ ଏହି ସକଳ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା।

23ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।

24ଯୋୟାବର ଭ୍ରାତା ଅସାହେଲ ଉକ୍ତ ତିରିଶ ଜଣ ମଧ୍ୟରେ ଜଣେ ଥିଲା; ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;

25ହରୋଦୀୟ ଶମ୍ମ, ହରୋଦୀୟ ଇଲୀକା;

26ପଲ୍ଟୀୟ ହେଲସ୍‍, ତକୋୟୀୟ ଇକ୍‍କେଶର ପୁତ୍ର ଈରା;

27ଅନାଥୋତୀୟ ଅବୀୟେଷର, ହୂଶାତୀୟ ମବୁନ୍ନୟ;

28ଅହୋହୀୟ ସଲମୋନ୍‍, ନଟୋଫାତୀୟ ମହରୟ;

29ନଟୋଫାତୀୟ ବାନାର ପୁତ୍ର ହେଲବ, ବିନ୍ୟାମୀନ୍ ବଂଶୀୟ ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ;

30ପିରୀୟାଥୋନୀୟ ବନାୟ, ଗାଶ୍‍-ନଦୀତୀର ନିବାସୀ ହିଦ୍ଦୟ;

31ଅର୍ବତୀୟ ଅବିୟେଲ୍‍ବୋନ, ବରହୂମୀୟ ଅସ୍ମାବତ୍‍;

32ଶାଲ୍‍ବୋନୀୟ ଇଲୀୟହବା, ଯାଶେନ୍‍ର ପୁତ୍ରଗଣ, ଯୋନାଥନ;

33ହରାରୀୟ ଶମ୍ମ, ହରାରୀୟ ଶାରରର ପୁତ୍ର ଅହୀୟାମ;

34ମାଖାଥୀୟର ପୌତ୍ର ଅହସ୍ବୟର ପୁତ୍ର ଇଲୀଫେଲଟ୍‍, ଗୀଲୋନୀୟ ଅହୀଥୋଫଲର ପୁତ୍ର ଇଲୀୟାମ;

35କର୍ମିଲୀୟ ହିଷ୍ରୟ, ଅର୍ବୀୟ ପାରୟ;

36ସୋବା ନିବାସୀ ନାଥନର ପୁତ୍ର ଯିଗାଲ, ଗାଦୀୟ ବାନି;

37ଅମ୍ମୋନୀୟ ସେଲକ୍‍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;

38ଯିତ୍ରୀୟ ଈରା, ଯିତ୍ରୀୟ ଗାରେବ୍‍;

39ହିତ୍ତୀୟ ଊରୀୟ; ସର୍ବସୁଦ୍ଧା ସଇଁତିରିଶ ଜଣ।

ପ୍ରଥମ ବଂଶାବଳୀ

ପ୍ର.ବଂ 11:10–47

10ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।

11ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍‍ମୋନୀୟର ପୁତ୍ର ଯାଶ୍‍ବୀୟାମ୍‍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକାବେଳେ ସେମାନଙ୍କୁ ବଧ କରିଥିଲା।

12ପୁଣି, ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା।

13ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ଡେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;

14ଏଥିରେ ସେମାନେ ସେହି ଭୂମିଖଣ୍ଡ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହା ଜୟ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।

15ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍‍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ।

16ପୁଣି, ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।

17ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”

18ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,

19“ମୋʼ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।

20ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।

21ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।

22ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।

23ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତକାୟ ଏକ ମିସରୀୟ ପୁରୁଷକୁ ବଧ କଲା; ସେହି ମିସରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି, ବନାୟ ଏକ ଯଷ୍ଟି ନେଇଯାଇ ସେହି ମିସରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।

24ଯିହୋୟାଦାର ପୁତ୍ର ବନାୟ ଏହିସବୁ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା।

25ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।

26ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;

27ହରୋରୀୟ ଶମ୍ମୋତ୍‍, ପଲୋନୀୟ ହେଲସ୍‍,

28ତକୋୟୀୟ ଇକ୍‍କେଶର ପୁତ୍ର ଈରା, ଅନାଥୋତୀୟ ଅବୀୟେଷର;

29ହୂଶାତୀୟ ସିବ୍ବଖୟ, ଅହୋହୀୟ ଈଲୟ;

30ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍‍;

31ବିନ୍ୟାମୀନ୍-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ;

32ଗାଶ୍‍-ନଦୀତୀର ନିବାସୀ ହୂରୟ, ଅର୍ବତୀୟ ଅବୀୟେଲ;

33ବାହାରୁମୀୟ ଅସ୍ମାବତ୍‍, ଶାଲ୍‍ବୋନୀୟ ଇଲୀୟହବା;

34ଗିଷୋନୀୟ ହାଷେମ୍‍ର ପୁତ୍ରଗଣ, ହରାରୀୟ ଶାଗିର ପୁତ୍ର ଯୋନାଥନ;

35ହରାରୀୟ ସାଖରର ପୁତ୍ର ଅହୀୟାମ, ଊରର ପୁତ୍ର ଇଲୀଫାଲ;

36ମଖେରାତୀୟ ହେଫର, ପଲୋନୀୟ ଅହୀୟ;

37କର୍ମିଲୀୟ ହିଷ୍ରୟ, ଇଷ୍‍ବୟର ପୁତ୍ର ନାରୟ;

38ନାଥନର ଭ୍ରାତା ଯୋୟେଲ, ହଗ୍ରିର ପୁତ୍ର ମିଭର;

39ଅମ୍ମୋନୀୟ ସେଲକ୍‍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;

40ଯିତ୍ରୀୟ ଈରା ଓ ଗାରେବ୍‍;

41ହିତ୍ତୀୟ ଊରୀୟ, ଅହଲୟର ପୁତ୍ର ସାବଦ୍‍,

42ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ;

43ମାଖାର ପୁତ୍ର ହାନନ୍‍, ମିତ୍ନୀୟ ଯୋଶାଫଟ୍‍;

44ଅଷ୍ଟାରୋତୀୟ ଉଷୀଅ; ଅରୋୟେରୀୟ ହୋଥମ୍‍ର ପୁତ୍ର ଶାମ୍‍ ଓ ଯିୟୀୟେଲ୍‍;

45ଶିମ୍ରିର ପୁତ୍ର ଯିଦୀୟେଲ ଓ ତାହାର ଭ୍ରାତା ତୀଷୀୟ ଯୋହା;

46ମହବୀୟ, ଇଲୀୟେଲ୍‍, ଇଲ୍‍ନାମର ପୁତ୍ର ଯିରୀବୟ ଓ ଯୋଶବୀୟ, ଆଉ ମୋୟାବୀୟ ଯିତ୍ମା;

47ଇଲୀୟେଲ୍‍, ଓବେଦ୍‍ ଓ ମସୋବାୟୀୟ ଯାସୀୟେଲ୍‍।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର