Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଶଲୋମନ

ପାଖାପାଖି ରାଜାବଳୀ ଓ ବଂଶାବଳୀ · ଶଲୋମନ

ଦୁଇ ପିତ୍ତଳ ସ୍ତମ୍ଭ

ପ୍ର.ରା 7:15–22 · ଦ୍ଵି.ବଂ 3:15–17

ପ୍ରଥମ ରାଜାବଳୀ

ପ୍ର.ରା 7:15–22

15ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା।

16ପୁଣି, ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ଡାଳି କଲା; ଏକ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଥିଲା।

17ସ୍ତମ୍ଭ-ମଥାନର ସେହି ମୁଣ୍ଡାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ଡାଳି ପାଇଁ ସାତ ଓ ଅନ୍ୟ ମୁଣ୍ଡାଳି ପାଇଁ ସାତ।

18ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ଡାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ବ ଥିଲା ଓ ସେ ଅନ୍ୟ ମୁଣ୍ଡାଳି ନିମନ୍ତେ ତଦ୍ରୂପ କଲା।

19ପୁଣି, ବାରଣ୍ଡା ଭିତର ସ୍ତମ୍ଭ-ମଥାନର ମୁଣ୍ଡାଳି ଚାରି ହାତ କଇଁଫୁଲ-କର୍ମବିଶିଷ୍ଟ ଥିଲା।

20ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା।

21ଆହୁରି ସେ ମନ୍ଦିରର ବାରଣ୍ଡାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍‍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍‍ (ତହିଁରେ ବଳ) ଦେଲା।

22ପୁଣି, ସେହି ସ୍ତମ୍ଭ-ମଥାନ ଉପରେ କଇଁଫୁଲ-କର୍ମ ଥିଲା; ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା।

ଦ୍ୱିତୀୟ ବଂଶାବଳୀ

ଦ୍ଵି.ବଂ 3:15–17

15ଆହୁରି ସେ ଗୃହ ସମ୍ମୁଖରେ ପଞ୍ଚତିରିଶ ହାତ ଉଚ୍ଚ ଦୁଇ ସ୍ତମ୍ଭ ନିର୍ମାଣ କଲେ ଓ ସେହି ପ୍ରତ୍ୟେକର ଉପରିସ୍ଥ ମୁଣ୍ଡାଳି ପାଞ୍ଚ ହାତ ଥିଲା।

16ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ବ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ।

17ଆଉ ସେ ମନ୍ଦିର ସମ୍ମୁଖରେ ସେହି ଦୁଇ ସ୍ତମ୍ଭକୁ ଦକ୍ଷିଣ ପାର୍ଶ୍ଵରେ ଏକ ଓ ବାମ ପାର୍ଶ୍ଵରେ ଏକ କରି ସ୍ଥାପନ କଲେ; ଆଉ ଦକ୍ଷିଣ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ଯାଖୀନ୍‍ ଓ ବାମ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ବୋୟସ୍‍ ରଖିଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର