Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଶାଉଲ ଓ ଦାଉଦ

ପାଖାପାଖି ରାଜାବଳୀ ଓ ବଂଶାବଳୀ · ଶାଉଲ ଓ ଦାଉଦ

ରବ୍ବା ହସ୍ତଗତ ହୁଏ

ଦ୍ଵି.ଶା 12:26–31 · ପ୍ର.ବଂ 20:1–3

ଦ୍ୱିତୀୟ ଶାମୁୟେଲ

ଦ୍ଵି.ଶା 12:26–31

26ଏଥିମଧ୍ୟରେ ଯୋୟାବ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ପ୍ରତିକୂଳରେ ଯୁଦ୍ଧ କରି ରାଜନଗର ଅଧିକାର କଲା।

27ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି।

28ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ଅଧିକାର କରନ୍ତୁ, ନୋହିଲେ ମୁଁ ସେ ନଗର ଅଧିକାର କଲେ, ତାହା ମୋʼ ନାମାନୁସାରେ ଖ୍ୟାତ ହେବ।”

29ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ଅଧିକାର କଲେ।

30ପୁଣି ଦାଉଦ ସେମାନଙ୍କର ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ; ତାହା ଏକ ତାଳନ୍ତ ପରିମିତ ସୁବର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା; ଆଉ ତାହା ଦାଉଦଙ୍କର ମସ୍ତକରେ ଦିଆଗଲା। ପୁଣି ସେ ସେହି ନଗରରୁ ପ୍ରଚୁର ଲୁଟିତ ଦ୍ରବ୍ୟ ବାହାର କରି ଆଣିଲେ।

31ଆହୁରି ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା ଦଣ୍ଡ ଦେଲେ ଓ ସେମାନଙ୍କୁ ଇଟା ଭାଟିରେ କାମ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।

ପ୍ରଥମ ବଂଶାବଳୀ

ପ୍ର.ବଂ 20:1–3

1ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର, ଦାଉଦ ଯିରୂଶାଲମରେ ରହିଲେ। ଏଥିମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍‍ କଲା।

2ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ।

3ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର