ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଯିହୁଦାର ରାଜାଗଣ
ପାଖାପାଖି ରାଜାବଳୀ ଓ ବଂଶାବଳୀ · ଯିହୁଦାର ରାଜାଗଣ
ଶମୟୀୟ ଯୁଦ୍ଧରୁ ନିବୃତ୍ତ କରନ୍ତି
ପ୍ର.ରା 12:21–24 · ଦ୍ଵି.ବଂ 11:1–4
ପ୍ର.ରା 12:21–2421ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ଯିହୁଦାର ସମସ୍ତ ବଂଶର ଓ ବିନ୍ୟାମୀନ୍ ଗୋଷ୍ଠୀର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ ଓ ଶଲୋମନଙ୍କର ପୁତ୍ର ରିହବୀୟାମଙ୍କର ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ ବଂଶ ସହିତ ଯୁଦ୍ଧ ହେଲା।
22ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ପରମେଶ୍ୱରଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
23“ଯିହୁଦାର ରାଜା ଶଲୋମନର ପୁତ୍ର ରିହବୀୟାମକୁ, ପୁଣି, ଯିହୁଦା ଓ ବିନ୍ୟାମୀନ୍ର ସମସ୍ତ ବଂଶକୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ କୁହ:
24‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି।’” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ଆପଣା ପଥରେ ଫେରିଗଲେ।
ଦ୍ଵି.ବଂ 11:1–41ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ସେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରି ରିହବୀୟାମଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଯିହୁଦା ଓ ବିନ୍ୟାମୀନ୍ ବଂଶର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ।
2ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
3“ଯିହୁଦାର ରାଜା ଶଲୋମନଙ୍କ ପୁତ୍ର ରିହବୀୟାମଙ୍କୁ, ପୁଣି ଯିହୁଦା ଓ ବିନ୍ୟାମୀନ୍ ନିବାସୀ ସମସ୍ତ ଇସ୍ରାଏଲକୁ କୁହ,
4‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି,’” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ।
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର