Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଶଲୋମନ

ପାଖାପାଖି ରାଜାବଳୀ ଓ ବଂଶାବଳୀ · ଶଲୋମନ

ଶଲୋମନଙ୍କ ମୃତ୍ୟୁ

ପ୍ର.ରା 11:41–43 · ଦ୍ଵି.ବଂ 9:29–31

ପ୍ରଥମ ରାଜାବଳୀ

ପ୍ର.ରା 11:41–43

41ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତ କର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ?

42ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।

43ତହିଁ ଉତ୍ତାରେ ଶଲୋମନ ମୃତ୍ୟୁବରଣ କଲେ ପୁଣି ଆପଣା ପିତୃଲୋକଙ୍କର ସହିତ ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।

ଦ୍ୱିତୀୟ ବଂଶାବଳୀ

ଦ୍ଵି.ବଂ 9:29–31

29ଶଲୋମନଙ୍କର ଅବଶିଷ୍ଟ ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସ ପୁସ୍ତକରେ ଓ ଶୀଲୋନୀୟ ଅହୀୟର ଭବିଷ୍ୟଦ୍‍ବାକ୍ୟରେ ଓ ନବାଟର ପୁତ୍ର ଯାରବୀୟାମଙ୍କ ବିଷୟକ ଇଦ୍ଦୋ ଦର୍ଶକର ଦର୍ଶନ ମଧ୍ୟରେ କʼଣ ଲେଖା ନାହିଁ?

30ଶଲୋମନ ଯିରୂଶାଲମରେ ଚାଳିଶ ବର୍ଷ କାଳ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ।

31ପୁଣି ଶଲୋମନ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦଙ୍କର ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର