ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଶଲୋମନ
ପାଖାପାଖି ରାଜାବଳୀ ଓ ବଂଶାବଳୀ · ଶଲୋମନ
ଶଲୋମନଙ୍କ ଅଶ୍ୱ ଓ ଧନ
ପ୍ର.ରା 10:26–29 · ଦ୍ଵି.ବଂ 1:14–17
ପ୍ର.ରା 10:26–2926ଆଉ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ, ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।
27ପୁଣି, ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
28ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।
29ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଗଲା; ପୁଣି, ମିସରର ଏକ ଏକ ରଥ ଛଅ ଶହ ଶେକଲ ରୌପ୍ୟ ମୁଦ୍ରାରେ ଓ ଏକ ଏକ ଅଶ୍ୱ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରାରେ ଆସିଲା ଓ ଗଲା।
ଦ୍ଵି.ବଂ 1:14–1714ଏଉତ୍ତାରେ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ; ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।
15ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
16ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।
17ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ଶେକଲ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ୱର ମୂଲ୍ୟ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେହି ସବୁ ଅଣାଯିବାର ରୀତି ଥିଲା।
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର