ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଶଲୋମନ
ପାଖାପାଖି ରାଜାବଳୀ ଓ ବଂଶାବଳୀ · ଶଲୋମନ
ମନ୍ଦିର ନିର୍ମାଣ ଆରମ୍ଭ ହୁଏ
ପ୍ର.ରା 6:1–3 · ଦ୍ଵି.ବଂ 3:1–4
ପ୍ର.ରା 6:1–31ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ଵର ଚତୁର୍ଥ ବର୍ଷର ସିବ୍ ନାମକ ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ।
2ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।
3ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।
ଦ୍ଵି.ବଂ 3:1–41ଏଥିଉତ୍ତାରେ ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ।
2ପୁଣି ସେ ଆପଣା ରାଜତ୍ଵର ଚତୁର୍ଥ ବର୍ଷର ଦ୍ୱିତୀୟ ମାସର ଦ୍ୱିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ।
3ଶଲୋମନ ପରମେଶ୍ୱରଙ୍କ ଗୃହ ନିର୍ମାଣ ନିମନ୍ତେ ଯେଉଁ ମୂଳଦୁଆ ସ୍ଥାପନ କଲେ, ତାହା ଏହି ହସ୍ତର ପ୍ରାଚୀନ ପରିମାଣାନୁସାରେ ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା।
4ପୁଣି ଗୃହର ସମ୍ମୁଖସ୍ଥ ବାରଣ୍ଡାର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ଉଚ୍ଚତା ଶହେ କୋଡ଼ିଏ ହାତ ଥିଲା; ଆଉ ସେ ତହିଁର ଭିତର ଭାଗ ଶୁଦ୍ଧ ସୁବର୍ଣ୍ଣରେ ମଡ଼ାଇଲେ।
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର