ମୁଖ୍ୟ ପୃଷ୍ଠା › ମଣ୍ଡଳୀ ବର୍ଷର ପର୍ବ › ଉପବାସ କାଳ
ମଣ୍ଡଳୀ ବର୍ଷର ପର୍ବ
ଉପବାସ କାଳ
ଇଷ୍ଟର ପୂର୍ବର ଚାଳିଶ ଦିନର ଉପବାସ: ପାଶ୍ଚାତ୍ୟ ମଣ୍ଡଳୀରେ ଭସ୍ମ ବୁଧବାରଠାରୁ, ଅର୍ଥୋଡକ୍ସ ମଣ୍ଡଳୀରେ ଶୁଦ୍ଧ ସୋମବାରଠାରୁ। ପ୍ରାନ୍ତରରେ ଯୀଶୁଙ୍କ ଉପବାସ ଓ ଦାନ, ପ୍ରାର୍ଥନା ଓ ଉପବାସ ବିଷୟରେ ତାଙ୍କ ବାକ୍ୟ, ସମ୍ପୂର୍ଣ୍ଣ।
ତାରିଖ
| ବର୍ଷ | ପାଶ୍ଚାତ୍ୟ ମଣ୍ଡଳୀଭସ୍ମ ବୁଧବାର | ଅର୍ଥୋଡକ୍ସ ମଣ୍ଡଳୀଶୁଦ୍ଧ ସୋମବାର |
|---|---|---|
| 2027 | 10 ଫେବୃଆରୀ 2027ବୁଧବାର | 15 ମାର୍ଚ୍ଚ 2027ସୋମବାର |
| 2028 | 1 ମାର୍ଚ୍ଚ 2028ବୁଧବାର | 28 ଫେବୃଆରୀ 2028ସୋମବାର |
| 2029 | 14 ଫେବୃଆରୀ 2029ବୁଧବାର | 19 ଫେବୃଆରୀ 2029ସୋମବାର |
| 2030 | 6 ମାର୍ଚ୍ଚ 2030ବୁଧବାର | 11 ମାର୍ଚ୍ଚ 2030ସୋମବାର |
| 2031 | 26 ଫେବୃଆରୀ 2031ବୁଧବାର | 24 ଫେବୃଆରୀ 2031ସୋମବାର |
ଏକ ତାରିଖ ଅର୍ଥୋଡକ୍ସ କିମ୍ବା କାଥଲିକ୍ ପଞ୍ଜିକାରେ ସେହି ଦିନର ପାଠ ଖୋଲେ।
ଅର୍ଥୋଡକ୍ସ ତାରିଖ ଜୁଲିଆନ୍ ପଞ୍ଜିକା ଅନୁସାରେ, ଯାହାକୁ ରୁଷ, ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ମାନନ୍ତି: ସେମାନଙ୍କ ସ୍ଥିର ତାରିଖର ପର୍ବ ନାଗରିକ ପଞ୍ଜିକାରେ 13 ଦିନ ପରେ ପଡ଼େ। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ ଓ ଅନ୍ୟ) 25 ଡିସେମ୍ବରରେ ବଡ଼ଦିନ ପାଳନ୍ତି; ପାସ୍କା ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ପ୍ରାୟ ସମସ୍ତ ଅର୍ଥୋଡକ୍ସ ମଣ୍ଡଳୀରେ ସମାନ ଭାବେ ଗଣାଯାଏ।
ବାଇବେଲ ଅଂଶ
ଯୋୟେଲ
12ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ। 13ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି। 14କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ। 15ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର; 16ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ। 17ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”
ମାଥିଉ
1ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ, 2ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ। 3ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୁଟି ହେବା ପାଇଁ ଆଜ୍ଞା ଦିଅ।” 4କିନ୍ତୁ ଯୀଶୁ ଉତ୍ତର ଦେଲେ, “ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’” 5ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପବିତ୍ର ନଗରୀ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, 6“ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖାଅଛି, ‘ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’” 7ଯୀଶୁ ତାହାଙ୍କୁ କହିଲେ, “ଆହୁରି ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କରିବ ନାହିଁ।’” 8ପୁନଶ୍ଚ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ୱର୍ଯ୍ୟ ଦେଖାଇ କହିଲା, 9ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା। 10ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’” 11ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ।
ମାଥିଉ
1ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ। 2ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। 3କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ, 4ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। 5ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। 6କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। 16ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। 17କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର, 18ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। 19ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ; 20ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର, 21କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।
କଳାରେ
ଖ୍ରୀଷ୍ଟଙ୍କ ପରୀକ୍ଷାହୁଆନ୍ ଦେ ଫ୍ଲାଣ୍ଡେସ୍ · c. 1500/1504
ଖ୍ରୀଷ୍ଟଙ୍କ ପରୀକ୍ଷାଲୁକାସ୍ ଭାନ୍ ଲେଡେନ୍ · 1518
ଆତ୍ମା ଦ୍ୱାରା ଏକ ଉଚ୍ଚ ପର୍ବତକୁ ନିଆଯାଉଥିବା ଯୀଶୁ (Jésus transporté par l'esprit sur une haute montagne)ଜେମ୍ସ ଟିସୋ · 1886–1894
ମନ୍ଦିରର ଚୂଡ଼ାକୁ ନିଆଯାଉଥିବା ଯୀଶୁ (Jésus porté sur le pinacle du Temple)ଜେମ୍ସ ଟିସୋ · 1886–1894
ଦୂତମାନଙ୍କ ଦ୍ୱାରା ଯୀଶୁଙ୍କ ସେବା (Jésus assisté par les anges)ଜେମ୍ସ ଟିସୋ · 1886–1894
ଆହୁରି ପର୍ବ
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର