Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ମଣ୍ଡଳୀ ବର୍ଷର ପର୍ବ › ପେଣ୍ଟିକଷ୍ଟ

ମଣ୍ଡଳୀ ବର୍ଷର ପର୍ବ

ପେଣ୍ଟିକଷ୍ଟ

ଇଷ୍ଟରର ପଚାଶ ଦିନ ପରେ: ଯିରୂଶାଲମରେ ଶିଷ୍ୟମାନଙ୍କ ଉପରେ ପବିତ୍ର ଆତ୍ମାଙ୍କ ଆଗମନ, ଯେପରି ପ୍ରେରିତମାନଙ୍କ କାର୍ଯ୍ୟ ପୁସ୍ତକ କହେ, ପିତର ଉଦ୍ଧୃତ କରୁଥିବା ଯୋୟେଲଙ୍କ ଭବିଷ୍ୟଦ୍‍ବାଣୀ ଓ ଯୋହନଙ୍କ ସୁସମାଚାରରେ ଯୀଶୁଙ୍କ ବାକ୍ୟ ସହିତ।

ତାରିଖ

ବର୍ଷପାଶ୍ଚାତ୍ୟ ମଣ୍ଡଳୀପେଣ୍ଟିକଷ୍ଟଅର୍ଥୋଡକ୍ସ ମଣ୍ଡଳୀପେଣ୍ଟିକଷ୍ଟ
202716 ମଇ 2027ରବିବାର20 ଜୁନ 2027ରବିବାର
20284 ଜୁନ 2028ରବିବାର4 ଜୁନ 2028ରବିବାର
202920 ମଇ 2029ରବିବାର27 ମଇ 2029ରବିବାର
20309 ଜୁନ 2030ରବିବାର16 ଜୁନ 2030ରବିବାର
20311 ଜୁନ 2031ରବିବାର1 ଜୁନ 2031ରବିବାର

ଏକ ତାରିଖ ଅର୍ଥୋଡକ୍ସ କିମ୍ବା କାଥଲିକ୍ ପଞ୍ଜିକାରେ ସେହି ଦିନର ପାଠ ଖୋଲେ।

ଅର୍ଥୋଡକ୍ସ ତାରିଖ ଜୁଲିଆନ୍ ପଞ୍ଜିକା ଅନୁସାରେ, ଯାହାକୁ ରୁଷ, ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ମାନନ୍ତି: ସେମାନଙ୍କ ସ୍ଥିର ତାରିଖର ପର୍ବ ନାଗରିକ ପଞ୍ଜିକାରେ 13 ଦିନ ପରେ ପଡ଼େ। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ ଓ ଅନ୍ୟ) 25 ଡିସେମ୍ବରରେ ବଡ଼ଦିନ ପାଳନ୍ତି; ପାସ୍କା ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ପ୍ରାୟ ସମସ୍ତ ଅର୍ଥୋଡକ୍ସ ମଣ୍ଡଳୀରେ ସମାନ ଭାବେ ଗଣାଯାଏ।

ବାଇବେଲ ଅଂଶ

ପ୍ରେରିତ

ପ୍ରେରି 2:1–21

1ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ। 2ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍‍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା, 3ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା। 4ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ। 5ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୁଦୀମାନେ ଆସି ଯିରୂଶାଲମ ସହରରେ ବାସ କରୁଥିଲେ। 6ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ। 7ପୁଣି, ସେମାନେ ଆଚମ୍ଭିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କଅଣ ଗାଲିଲୀୟ ନୁହଁନ୍ତି? 8ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ? 9ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସୋପଟାମିଆ, ଯିହୂଦିୟା ପ୍ରଦେଶ, କାପ୍ପାଦକିଆ, ପନ୍ତ ଓ ଏସିଆ, 10ଫ୍ରୁଗିଆ ଓ ପଂଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୁଦୀ ଓ ଯିହୁଦୀ ଧର୍ମାବଲମ୍ବୀ ପ୍ରବାସୀ, 11ପୁଣି, ଆମ୍ଭେମାନେ କ୍ରୀତୀୟ ଓ ଆରବୀୟ ଲୋକେ, ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ବରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ। 12ଆଉ, ସମସ୍ତେ ଆଚମ୍ଭିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ, ଏହାର ଅର୍ଥ କଅଣ? 13କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି। 14କିନ୍ତୁ ପିତର ଏଗାର ଜଣ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚସ୍ୱରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୁଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ। 15କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର। 16କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି, ଏହା ସେହି ଘଟଣା ଅଟେ; 17ଈଶ୍ବର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଆମ୍ଭେ ସମସ୍ତ ମନୁଷ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ। 18ହଁ, ସେହି କାଳରେ ଆମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ। 19ଆମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା। 20ପ୍ରଭୁଙ୍କର ମହତ ଓ ପ୍ରସିଦ୍ଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ। 21ଆଉ, ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।

ଯୋୟେଲ

ଯୋୟେ 2:28–32

28ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ। 29ଆଉ, ସେହି ସମୟରେ ମଧ୍ୟ ଆମ୍ଭେ ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା। 30ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା। 31ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ। 32ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।

ଯୋହନ

ଯୋହ 7:37–39

37ଶେଷଦିନ, ଅର୍ଥାତ୍‍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ। 38ଯେ ମୋʼ ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ।” 39ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।

ଯୋହନ

ଯୋହ 20:19–23

19ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 20ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ। 21ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।” 22ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, “ପବିତ୍ର ଆତ୍ମାଙ୍କୁ ଗ୍ରହଣ କର। 23ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ।”

କଳାରେ

ସମସ୍ତ କଳାକୃତି

ଆହୁରି ପର୍ବ

ମଣ୍ଡଳୀ ବର୍ଷର ପର୍ବ

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର