Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ତୀର୍ଥଯାତ୍ରୀ › ଗ୍ରୀସରେ ପାଉଲ › ଥେସଲନୀକୀ: ରୋମୀୟ ଫୋରମ

ଗ୍ରୀସରେ ପାଉଲ · ବିରାମ 5 · ଦିନ 2

ଥେସଲନୀକୀ: ରୋମୀୟ ଫୋରମ

ବାଇବେଲରେ

ତିନି ବିଶ୍ରାମବାର ଧରି ପାଉଲ ସମାଜଗୃହରେ ଯୁକ୍ତିତର୍କ କଲେ, ଏବଂ ଅନେକେ ବିଶ୍ୱାସ କଲେ; ବଜାରର ଏକ ଭିଡ଼ ଯାସୋନଙ୍କ ଘର ଆକ୍ରମଣ କଲା। ପରେ ପାଉଲ ଥେସଲନୀକୀୟମାନଙ୍କ ମଣ୍ଡଳୀକୁ ପତ୍ର ଲେଖିଲେ।

ପ୍ରେରି 17:1–4ପରେ ପାଉଲ ଏବଂ ଶିଲା ଆଂଫିପଲି ଓ ଆପଲ୍ଲୋନିଆ ସହରଗୁଡ଼ିକ ଦେଇ ଯାତ୍ରା କରି ଥେସଲନୀକୀ ସହରକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା। ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ, ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ। ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୁଦୀମତାବଲମ୍ବୀ ଗ୍ରୀକ୍‍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।
ପ୍ରେରି 17:5–9କିନ୍ତୁ ଯିହୁଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ। ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି। ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି। ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ। ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ।
ପ୍ର.ଥେସ 1:1ପାଉଲ, ସିଲ୍ୱାନ ଓ ତୀମଥି, ପିତା ଈଶ୍ବର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରରେ ଥିବା ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

ଆଜି ଏଠାରେ

ପାଉଲଙ୍କ ସମୟ ପରେ ନିର୍ମିତ ଫୋରମ, ଏହାର ଓଡିଅନ ଓ ସ୍ତମ୍ଭଶ୍ରେଣୀ ସହିତ, ଆଧୁନିକ ସହରର ମଝିରେ ତଳେ ପଡ଼ିରହିଛି।

ଯାତ୍ରା ପୂର୍ବରୁ ଆପଣଙ୍କ ଦେଶର ଯାତ୍ରା ପରାମର୍ଶ ଯାଞ୍ଚ କରନ୍ତୁ। ଖୋଲା ସମୟ ଓ ସ୍ଥାନଗୁଡ଼ିକର ନିୟମ ବଦଳେ — ସେମାନଙ୍କ ସରକାରୀ ପୃଷ୍ଠା ଦେଖନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର