ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 1
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 1 ଅକ୍ଟୋବର 2026
ଗୁରୁବାର · ସାଧାରଣ କାଳର 26ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 26ତମ ସପ୍ତାହର ଗୁରୁବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ଶିଶୁ ଯୀଶୁଙ୍କ ସନ୍ଥ ଥେରେସ୍, କୁମାରୀ ଓ ମଣ୍ଡଳୀର ଆଚାର୍ଯ୍ୟା · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
21ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ୱରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି। 22ପରମେଶ୍ୱରଙ୍କ ପରି ତୁମ୍ଭେମାନେ କାହିଁକି ମୋତେ ତାଡ଼ନା କରୁଅଛ ଓ ମୋʼ ମାଂସରେ ତୃପ୍ତ ହେଉ ନାହଁ? 23ଆହା, ଏବେ ମୋʼ କଥାସବୁ ଯେବେ ଲେଖାଯାʼନ୍ତା! ଆହା, ତାହାସବୁ ଯେବେ ପୁସ୍ତକରେ ଲିଖିତ ହୁଅନ୍ତା! 24ଯେବେ ଲୌହ ଲେଖନୀ ଓ ସୀସା ଦ୍ୱାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତା! 25ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ; 26ପୁଣି, ମୋହର ଚର୍ମ ଏହିରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ୱରଙ୍କୁ ଦେଖିବି; 27ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ। ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି।
ପ୍ରତିଉତ୍ତର ଗୀତ
7ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ। 8ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।” 9ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ। 13ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି। 14ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
ସୁସମାଚାର
1ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ। 2ପୁଣି, ସେ ସେମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର। 3ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି। 4ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ। 5ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ। 6ଆଉ, ସେ ସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାର ଉପରେ ଅଧିଷ୍ଠାନ କରିବ; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ଫେରିଆସିବ। 7ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ। 8ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର, 9ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ। 10କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ, 11ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ି ଦେଉଅଛୁ; ତଥାପି ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ। 12ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ।”
ଆଜିର ସନ୍ଥ
- ଶିଶୁ ଯୀଶୁଙ୍କ ସନ୍ଥ ଥେରେସ୍, କୁମାରୀ ଓ ମଣ୍ଡଳୀର ଆଚାର୍ଯ୍ୟା
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର