ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 1
ଅର୍ଥୋଡକ୍ସ ପଞ୍ଜିକା · 18 ସେପ୍ଟେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 1 ଅକ୍ଟୋବର 2026
ଗୁରୁବାର · ପେଣ୍ଟିକଷ୍ଟ ପରେ 18ତମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Afterfeast of the Exaltation of the Cross
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
33ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ। 6:1ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ; 2କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),” 3ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ। 4ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର। 5ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ; 6ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ବରଙ୍କ ଇଚ୍ଛା ସାଧନ କର। 7ସ୍ୱାଧୀନ କି ପରାଧୀନ, ଯେ କେହି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ, 8ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ୱଚ୍ଛନ୍ଦରେ ସେବା କର। 9ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ।
ସୁସମାଚାର
13ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ। 14ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ। 15ଏଣୁ ତୁମ୍ଭେମାନେ ଯେତେବେଳେ ଦାନିୟେଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), 16ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; 17ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; 18ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ବସ୍ତ୍ର ନେଇଯିବା ପାଇଁ ଲେଉଟି ନ ଯାଉ। 19ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର, 20କିନ୍ତୁ ତୁମ୍ଭମାନଙ୍କର ପଳାୟନ ଯେପରି ଶୀତକାଳରେ କିମ୍ବା ବିଶ୍ରାମବାର ଦିନରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର। 21କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ। 22ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ। 23ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ବା ‘ସେଠାରେ’, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ। 24କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ। 25ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି। 26ଅତଏବ, ‘ଦେଖ, ସେ ପ୍ରାନ୍ତରରେ ଅଛନ୍ତି,’ ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; ‘ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି,’ ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ। 27କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ। 28ଯେଉଁଠାରେ ଶବ ପଡ଼ିଥାଏ, ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 18 ନାଗରିକ ପଞ୍ଜିକାର ଅକ୍ଟୋବର 1। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର